ଭୁବନେଶ୍ବର ୨୯।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ।
ନୂଆଁଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସରେ ପଡୁଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ । ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ମାଜିଷ୍ଟ୍ରେରିଆଲ କୋର୍ଟ (କାର୍ଯ୍ୟ ନିର୍ବାହୀ) ବନ୍ଦ ରହିବ । ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ ।
You Can Read: