ବନ୍ୟା ନିୟନ୍ତ୍ରଣ ପାଇଁ ବର୍ତ୍ତମାନଠୁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | June 22, 2024 IST

ଭୁବନେଶ୍ଵର: ବନ୍ୟାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି। ବିଭାଗ କେତେ ପ୍ରସ୍ତୁତ ସେ ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ଦୁର୍ବଳ ନଦୀ ବନ୍ଧ ଗୁଡିକ ଅଧିକ ସୁଦୃଢ କରିବା ଓ ସେଥିପାଇଁ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟା ନିୟନ୍ତ୍ରଣ କକ୍ଷ କୁ ୨୪ ଘଣ୍ଟିଆ ଖୋଲିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ସମସ୍ତ ଅଫିସର ମାନଙ୍କୁ ରେଡ଼ି ରଖିବାକୁ ବି କୁହାଯାଇଛି । ତହସିଲଦାର ଏବଂ ଆମ ବିଭାଗ ଦୁର୍ବଳ ନଦୀବନ୍ଧ ଗୁଡିକର ତଦାରଖ କରୁଛନ୍ତି।  

ଜଳ ସମ୍ପଦ ବିଭାଗର ସମସ୍ତ ବିଳମ୍ବିତ ପ୍ରକଳ୍ପକୁ ତୁରନ୍ତ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମେଗା ଲିପିଟ, ମାଇନର ଲିପିଟ ଇରିଗେଶନ ଏବଂ ଡିପ ବୋରୟଲ ଗୁଡିକ ଶୀଘ୍ର ସାରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଇସ୍ତାହାର ଦିଆଯାଇଥିବା ପ୍ରତିଶ୍ରୁତି ଦିଗରେ କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସଚେନ ବିଭାଗର ସମୀକ୍ଷା କରିବା ପରେ ବିଭାଗୀୟ ସଚିବ ଅନୁ ଗର୍ଗ ପ୍ରତିକ୍ରିୟା ଦେଇ କହିଛନ୍ତି।

Also read: କେନ୍ଦ୍ର ନିକଟରେ ଓଡ଼ିଶା ସରକାରଙ୍କ ଦାବି, ଓଡ଼ିଶାରେ ୫ ଲକ୍ଷ ଘର, ସମ୍ବଲପୁରରେ ଏମ୍ସ ସ୍ଥାପନ

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.