ସେପ୍ଟେମ୍ବର ୩୦ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Published By : Prameya-News7 Bureau | September 28, 2024 IST

ଭୁବନେଶ୍ବର ୨୮।୯: ଆସନ୍ତା ସୋମବାର ତଥା ସେପ୍ଟେମ୍ବର ୩୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଭୁବନେଶ୍ୱର  ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ  ଜନଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

ଉଲ୍ଲେଖଯୋଗ୍ୟ ଯେ, ସେପ୍ଟେମ୍ବର ୩୦ ତାରିଖରେ ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ । ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ରହିଛି । ସେପ୍ଟେମ୍ବର ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ଅକ୍ଟୋବର ୧ ତାରିଖରେ ଚାଇଁବାସାର କୋଲହାନ୍‌ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ଅଧିକ ଓଡି଼ଆ ଭାଷାଭାଷୀ ବସବାସ କରନ୍ତି । 

You Can Read:

୩ ଦିନ ହେଲା ଇବ୍ ନଦୀ ଟାପୁରେ ଫସିରହିଥିବା ୫ ଜଣ ଉଦ୍ଧାର

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.