ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ପରିବର୍ତ୍ତନ ଯାତ୍ରାରେ ହେବେ ସାମିଲ

Published By : Prameya-News7 Bureau | September 28, 2024 IST

ଭୁବନେଶ୍ବର ୨୮।୯: ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ରହିଛି । ସେପ୍ଟେମ୍ବର ୩୦ ତାରିଖରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ । ଅକ୍ଟୋବର ୧ ତାରିଖରେ ଚାଇଁବାସାର କୋଲହାନ୍‌ ଯିବାର କାର୍ଯ୍ୟକ୍ରମ ରହିଛି । ସେଠାରେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଆଗକୁ ଝାଡ଼ଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ଚର୍ଚ୍ଚା ଜୋର ଧରିଛି । ଉଭୟ ସ୍ଥାନରେ ଅଧିକ ଓଡି଼ଆ ଭାଷାଭାଷୀ ବସବାସ କରନ୍ତି । 

You Can Read:

ସରକାରୀ ଜମିରୁ ଘର ଉଚ୍ଛେଦ, ନିଜ ଦେହରେ ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମହୁତି ଉଦ୍ୟମ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.