ଜିରୋ କାଜୁଆଲିଟି ନୀତିକୁ ସଫଳ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ

Published By : Prameya-News7 Bureau | October 26, 2024 IST

ଭୁବନେଶ୍ବର: ‘ଜିରୋ କାଜୁଆଲଟି’ ନୀତିକୁ ସଫଳ କରିଥିବାରୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ । ମନ୍ତ୍ରୀ, ସାଂସଦ, ବିଧାୟକଙ୍କୁ ଜଣାଇଲେ ଧନ୍ୟବାଦ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା 'ଦାନା' ଏବଂ ଏହାର ପ୍ରଭାବରୁ କୌଣସି ମୃତାହତ ହୋଇନାହିଁ I ସରକାରଙ୍କ 'ଜିରୋ କାଜୁଆଲଟି' ନୀତିକୁ , ସଫଳତାର ସହିତ, କାର୍ଯ୍ୟକାରୀ କରିଥିବାରୁ, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ, ସଦସ୍ୟା, ସାଂସଦ, ବିଧାୟକ, ବିଧାୟିକା ତଥା ପ୍ରଶାସନିକ ଅଧିକାରୀ, ସରକାରୀ କର୍ମଚାରୀ ଓ ସ୍ଵେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ଆନ୍ତରିକତାର ସହ ଧନ୍ୟବାଦ। 

ଲୋକଙ୍କୁ ସୁରକ୍ଷିତ କରି, ସେମାନଙ୍କୁ ଆବଶ୍ୟକୀୟ, ସେବା ପ୍ରଦାନ କରିବା ପାଇଁ ସମସ୍ତେ ଦିନ ରାତି ଏକ କରିଦେଇଥିଲେ । ବାତ୍ୟା ପରବର୍ତ୍ତୀ ଥଇଥାନ ଏବଂ କ୍ଷୟକ୍ଷତିର ଆକଳନ କରି, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ, ସମ୍ପୃକ୍ତ ବିଭାଗ ଗୁଡିକୁ ନିର୍ଦ୍ଦେଶ ଦିଆଯାଇଅଛି । ଏ ସରକାର ଆପଣ ଜନସାଧାରଣଙ୍କର, ଆପଣଙ୍କ ସେବା ଓ ସ‌ହଯୋଗ କରିବା, ଆମର   ନୈତିକ  କର୍ତ୍ତବ୍ୟ  ଓ ଦାୟିତ୍ଵ । ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ଼ ଭାବେ ଛିଡ଼ା ହୋଇଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ଆମ ରାଜ୍ୟ ଉପରୁ ଏତେ ବଡ଼ ବିପତ୍ତି ହଟିଗଲା I

ଶାନ୍ତି ଶୃଙ୍ଖଳା ଏବଂ ଧୈର୍ଯ୍ୟର ସହିତ, ବାତ୍ୟାକୁ ସଫଳତାର ସହିତ ମୁକାବିଲା କରି, ସରକାରଙ୍କ ନିୟମାବଳୀକୁ ମାନି, ନିଜ ଏବଂ ନିଜ ପରିବାରର, ସୁରକ୍ଷା କରିଥିବାରୁ ଆପଣମାନେ ସମସ୍ତେ ପ୍ରଶଂସାର ପାତ୍ର । ସମଗ୍ର ଓଡିଶାବାସୀଙ୍କୁ  ଧନ୍ୟବାଦ । ସରକାର ଆପଣମାନଙ୍କ ସହିତ ସବୁବେଳେ, ସବୁସମୟରେ, ଦୃଢ ଭାବେ ଛିଡା ହୋଇଛନ୍ତି, ହୋଇଥିବେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.