ଭୁବନେଶ୍ୱର ୨୨।୧୨: ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ଵର୍ଗତ ମହାନ୍ତି ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ ସମସ୍ତଙ୍କର ପ୍ରିୟ ଭାଜନ ଥିଲେ । ୨୦୦୯ ଏବଂ ୨୦୧୪ରେ କ୍ରମାଗତ ଭାବେ ଭୁବନେଶ୍ୱର ମଧ୍ୟ ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ସେ ତାଙ୍କ ଲୋକପ୍ରିୟତାକୁ ପ୍ରମାଣିତ କରିଛନ୍ତି । ଛାତ୍ର ରାଜନୀତିରୁ ରାଜନୈତିକ କ୍ୟାରିୟର ଆରମ୍ଭ କରି ଭୁବନେଶ୍ୱର ଯୁବ ବର୍ଗଙ୍କ ପାଖରେ ବାଦଲ ଭାଇ ଭାବେ ସେ ପରିଚିତ ଥିଲେ । ସମାଜର ଗରିବ ଓ ଅବହେଳିତଙ୍କ କଲ୍ୟାଣ ସାଧନକୁ ସେ ସର୍ବଦା ପ୍ରାଧାନ୍ୟ ଦେଉଥିଲେ ।
ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି ।
You Can Read:
ଗଞ୍ଜାମ ଜିଲ୍ଲାରେ ଆସନ୍ତା ୨୩ ପରିବର୍ତ୍ତେ ଜାନୁଆରୀ ୩ରେ ଖୋଳିବ ଧାନ ମଣ୍ଡି