ଭୁବନେଶ୍ବର ୧୪।୧୧: ବିଜେପି ପକ୍ଷରୁ ଆୟୋଜିତ ସମବାୟ ସପ୍ତାହ ପାଳନ ଅବସରରେ ଦୁର୍ନୀତିଖୋରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚେତାବନୀ । ଚାଷୀଙ୍କ ସ୍ୱାର୍ଥରେ ବାଧା ଆସିଲେ କ୍ଷମା ନାହିଁ, ଜେଲ୍ ପଠାଯିବ । ଗତ ସରକାରରେ ଚାଷୀଙ୍କୁ ଅନ୍ୟାୟ ଓ ଶୋଷଣ କରାଯାଇଛି । କୋ-ଅପରେଟିଭ ସଂସ୍ଥାକୁ କରପସନ ସଂସ୍ଥାରେ ପରିଣତ କରିଥିଲେ ପୂର୍ବ ସରକାର । ଯେଉଁ ଦୁର୍ନୀତି ଓ ଭ୍ରଷ୍ଟାଚାର ହୋଇଥିଲା । କେମିତି ଦୁର୍ନୀତି ଯୁକ୍ତ ବିଭାଗରୁ ଦୁର୍ନୀତି ବନ୍ଦ କରି ସେବା ଦିଆଯିବ, ତା ଉପରେ ବିଜେପି ସରକାର ଗୁରୁତ୍ବ ଦେଉଛନ୍ତି । ଢୋଲ ଭିତରେ ମୂଷା ଭଳି କିଛି ଲୋକ ବିଶୃଙ୍ଖଳା କରିବା ପାଇଁ ଅଛନ୍ତି । ଯେଉଁ ମାନେ ଦୁର୍ନୀତି କରିବେ ସେମାନଙ୍କୁ ସରକାର ଚିହ୍ନଟ କରିବେ । ଚାଷୀଙ୍କ ସ୍ୱାର୍ଥରେ ବାଧା ଦେଲେ କ୍ଷମା ନୁହେଁ, ଜେଲ୍ ପଠାଯିବ । ପୂର୍ବ ସରକାର ଭୋଟ୍ ବ୍ୟାଙ୍କ୍ ପାଇଁ ଚାଷୀଙ୍କୁ ଧାନ ଏମଏସପି ଉପରେ ୧୦୦ ଟଙ୍କା ବୋନସ ଘୋଷଣା କରିଥିଲେ । କିନ୍ତୁ ଚାଷୀଙ୍କୁ ଗୋଟିଏ ଟଙ୍କା ବୋନସ ଦେଲେ ନାହିଁ । ବିଜେପି ସରକାର ଚାଷୀଙ୍କୁ ୮୦୦ ଟଙ୍କା ବୋନସ ଦେବେ । ୨୩୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଚାଷୀ ପାଇବେ, ଏହାସହ ୮୦୦ ଟଙ୍କା ଇନପୁଟ ସବସିଡି ଦେବ ବିଜେପି ସରକାର । ଡିସେମ୍ବର ୮ ତାରିଖରେ ସୋହେଲାରେ ୫୦ ହାଜର ଚାଷୀ ଏକାଠି ହେବେ । ଏଥର କଟନୀ ଛଟନୀ ହେବ ନାହିଁ, ବନ୍ଦ ହେବ । ସେଥିପାଇଁ ଚାଷୀ ମାନେ ଏଫଏକ୍ୟୁ ମାନର ଧାନ ଦେବେ । ଧାନ କିଣାରେ ଯେମିତି କିଛି ବ୍ୟତିକ୍ରମ ନହେବ, ଏଥିପାଇଁ ଜିଲ୍ଲାପାଳ ମାନଙ୍କୁ ତାଗିଦ ଏବଂ ନିର୍ଦ୍ଦେଶ ଦିଆଯାଇଛି ।
You Can Read: