ବ୍ରହ୍ମପୁରରେ ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ଗସ୍ତକୁ ଦୃଷ୍ଟିରେ ରଖି BeMC କର୍ମଚାରୀଙ୍କ ଛୁଟି ବାତିଲ

Published By : Prameya-News7 Bureau | September 14, 2024 IST

ବ୍ରହ୍ମପୁର ୧୪।୯: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ରହ୍ମପୁର ଗସ୍ତ । ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ବନ୍ଦେ ଭାରତ ଟ୍ରେନ୍‌ର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ପରେ ଉକ୍ତ ଟ୍ରେନ୍‌ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁଯାୟୀ, ରବିବାର ବ୍ରହ୍ମୁପର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମ ପ୍ରବେଶ ଦ୍ୱାରାରେ ଥିବା ଖୋଲା ପଡ଼ିଆରେ ମୁଖ୍ୟମନ୍ତ୍ରୀ ରବିବାର ସକାଳ ୯ଟାରେ ଜନସଭାକୁ ସମ୍ବୋଧିତ କରିବେ । ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ଆଭାସୀରେ ବନ୍ଦେ ଭାରତ ଟ୍ରେନ୍‌ର ଉଦ୍‌ଘାଟନ କରିବେ । ସେଥିରେ ଯୋଗ ଦେବା ସହ ଉକ୍ତ ଟ୍ରେନ୍‌ରେ ଭୁବନେଶ୍ୱର ‌ଫେରିବେ । ସେଥିପାଇଁ ରେଳ ବିଭାଗ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । 

ସେପଟେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ମହାନଗର ନିଗମ କର୍ମଚାରୀଙ୍କ ଛୁଟି ବାତିଲ୍‌ କରାଯାଇଛି । ୧୪ ଓ ୧୫ ତାରିଖ ଦୁଇ ଦିନ ମହାନଗର ନିଗମ କାର୍ଯ୍ୟାଳୟ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ନିଗମ କର୍ତ୍ତୃପକ୍ଷ । ଏନେଇ ବିଏମ୍‌ସି କମିଶନର୍‌ ନିର୍ଦ୍ଦେଶ ଜାରି କରିଛନ୍ତି । 

You Can Read:

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତ୍ତନ ଏକାଦଶୀ ନୀତି

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.