ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟରେ ଅଗ୍ନିବୀରଙ୍କ ପାଇଁ ରହିବ ୧୦ ପ୍ରତିଶତ ସଂରକ୍ଷଣ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ବର: ଅଗ୍ନିବୀରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଅଗ୍ନିବୀରମାନଙ୍କ ପାଇଁ ରାଜ୍ୟରେ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା କରିଛନ୍ତି। ଏହା ସହ ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। 

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ।

ଏହି ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକମାନେ ଆମର ଗର୍ବ ଓ ଗୌରବ।  ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି।’’

‘‘ଅଗ୍ନିବୀର ଯୋଜନା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନା ଦେଶର ଯୁବସମାଜକୁ ଦକ୍ଷ, ସାହାସୀ ଓ ଯୋଗ୍ୟ କରିବାରେ ସହାୟକ ହୋଇଛି। ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।’’

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.