ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ, ୧ ବର୍ଷ ପାଇଁ କାର୍ଯ୍ୟରେ ରହିବେ ମନୋଜ ଆହୁଜା

Published By : Prameya-News7 Bureau | December 27, 2024 IST

ଭୁବନେଶ୍ୱର ୨୭/୧୨: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢାଇଛନ୍ତି ସରକାର । ୧ ବର୍ଷ ପାଇଁ କାର୍ଯ୍ୟକାଳ ବଢିଥିବା ସୂଚନା । 

ନୂଆ ସରକାର ଆସିବା ପରେ ମନୋଜ ଆହୁଜାଙ୍କୁ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଥିଲା । ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ । ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତୀକରଣ ସଚିବ ଥିଲେ। ବର୍ତ୍ତମାନର ସେ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ଅଛନ୍ତି । 

ଶ୍ରୀ ଆହୁଜା ଚଳିତ ବର୍ଷ ଡିସେମ୍ବରରେ ସରକାରୀ ଚାକିରିରୁ ଅବସର ନେବାର ଥିଲା । ଏହା ଡିସେମ୍ୱରରେ ସେ ଅବସର ନେଇଥାନ୍ତେ । ହେଲେ ଏବେ ରାଜ୍ୟ ସରକାର ତାଙ୍କର ସମୟ ସୀମା ବଢାଇଛନ୍ତି । କେନ୍ଦ୍ରୀୟ ଡେପୁଟେସନରେ ଥିବା ମନୋଜ ଆହୁଜାଙ୍କୁ ଓଡ଼ିଶା ଫେରାଇବା ପାଇଁ ରାଜ୍ୟର ପ୍ରଥମ ବିଜେପି ସରକାର କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। 

କେନ୍ଦ୍ର ସରକାର ଶ୍ରୀ ଆହୁଜାଙ୍କ ଗୃହ କ୍ୟାଡରକୁ ଫେରିଯିବାକୁ ଅନୁମତି ଦେଇଥିଲେ । ତେଣୁ ଆଶା କରାଯାଉଥିଲା ତାଙ୍କୁ ମୁଖ୍ୟ ଶାସନ ସଚିବ କରିବା ପାଇଁ ରାଜ୍ୟ ସରକାର ମନସ୍ତ କରିଥିଲେ । ୨୦୧୭ରେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଲାଲ ବାହାଦୂର ଶାସ୍ତ୍ରୀ ଏକାଡେମୀର ସ୍ଵତନ୍ତ୍ର ନିର୍ଦ୍ଦେଶକ ଭାବେ କାମ କରିଥିଲେ । 

୨୦୨୦ରେ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟରେ ସେ ସିବିଏସଇ ଅଧ୍ୟକ୍ଷ ଭାବେ ଦାୟିତ୍ଵରେ ରହିଥଲେ । ଏହାପରେ ୨୦୦୯ରେ ଖାଦ୍ୟ ଯୋଗାଣ ସଚିବ, ୨୦୧୦ରେ ଖଣି ଇସ୍ପାତ ବିଭାଗ ସଚିବ ହୋଇଥିଲେ । ୨୦୧୨ରେ କ୍ରୀଡ଼ା ଯୁବ ବ୍ୟାପାର ଓ ୨୦୧୨ରୁ ୨୦୧୫ ପର୍ଯ୍ୟନ୍ତ ବାଣିଜ୍ୟ କର କମିଶନର ଥିଲେ । ୨୦୧୫ରେ ସମବାୟ ବିଭାଗର ସଚିବ ଭାବେ ଦାୟିତ୍ଵ ଗ୍ରହଣ କରିଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.