ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | April 06, 2025 IST

ଭୁବନେଶ୍ବର ୬ମହା ଆଡ଼ମ୍ୱରରେ ପାଳିତ ହେଉଛି ପବିତ୍ର ଶ୍ରୀରାମ ନବମୀ । ବିଭିନ୍ନ ମନ୍ଦିରରେ ଘଣ୍ଟ ଘଣ୍ଟି ସାଙ୍ଗକୁ ମନ୍ତ୍ର ଧ୍ବନୀରେ ପ୍ରକମ୍ପିତ ହେଉଛି ପରିବେଶ । ଶ୍ରୀରାମ ଚରିତ ମାନସ ପାଠ କରାଯାଉଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ରାମ ନବମୀ ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ 'ଏକ୍ସ'ରେ ମୁଖ୍ୟମନ୍ତ୍ରୀ ରାମ ନବମୀ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, 'ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବା । ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ ।



You Can Read:

ଶ୍ୱଶୁର ଘରକୁ ବୋମା ଫିଙ୍ଗିଲା ଜ୍ୱାଇଁ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.