ପଶ୍ଚିମବଙ୍ଗ ଦାର୍ଜଲିଂ ଟ୍ରେନ୍‌ ଦୁର୍ଘଟଣା, ମୃତକଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଶୋକ

Published By : Prameya-News7 Bureau | June 17, 2024 IST

ଭୁବନେଶ୍ୱର ୧୭।୦୬ : ପଶ୍ଚିମବଙ୍ଗର ନ୍ୟୁ-ଜଲପାଇଗୁଡ଼ି ଠାରେ ଘଟିଥିବା ଟ୍ରେନ ଦୁର୍ଘଟଣା । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେହିପରି ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାରବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ, ସୋମବାର ସକାଳେ ପଶ୍ଚିମବଙ୍ଗର ନୂଆ ଜଲପାଇଗୁରିରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା ଘଟିଛି । କଞ୍ଚନଜଙ୍ଗାକୁ ଏକ୍ସପ୍ରେସ୍‌କୁ ଧକ୍କା ଦେଇଥିଲା ଏକ ମାଲବାହୀ ଟ୍ରେନ୍ । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ମୃତାହତଙ୍କ ପାଇଁ ସହାୟତା ରାଶି ଘୋଷଣା କରାଯାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.