୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

Published By : Prameya-News7 Bureau | September 20, 2024 IST

କେନ୍ଦୁଝର ୨୦/୦୯: ଆଜିଠାରୁ ୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ୩ ଦିନ ଗସ୍ତରେ ମୁଖ୍ୟମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ସକାଳ ୧୧.ଟା ୩୦ରେ ରିଜର୍ଭ ପଡ଼ିଆ ହେଲିପ୍ୟାଡ଼ରେ ଅବତରଣ କରିବା ପରେ ବାଇକ ରାଲିରେ ଅଡିଟୋରିୟମ ହଲରେ ପହଞ୍ଚିଛନ୍ତି । 

ସେଠାରେ ଲାଇଫ୍ ସେଭର୍ସ ଗ୍ରୁପ୍ ଟ୍ରଷ୍ଟର ତୃତୀୟ ବାର୍ଷିକ ଉତ୍ସବରେ ଯୋଗ ଦେବେ । ପରେ ସନ୍ଧ୍ୟାରେ ନିଜ ଗାଁ ରାଇକଳା ସ୍ଥିତ ଘରକୁ ଯିବେ। ପରେ ସ୍ଥାନୀୟ ହୋଟେଲରେ ସାଂସଦ ଓ ବିଧାୟକଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି। ଶନିବାର ମୁଖ୍ୟମନ୍ତ୍ରୀ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଦ୍ୱାରା ଆୟୋଜିତ ରଜତ ଜୟନ୍ତୀ ଉତ୍ସବରେ ଯୋଗ ଦେବେ। 

ସନ୍ଧ୍ୟାରେ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରବିବାର ଡିଡି ୟୁନିଭରସିଟିି ପଡ଼ିଆରେ ମୋହନ ସରକାରଙ୍କ ୧୦୦ ଦିନ ପୂରଣ ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.