ଭୁବନେଶ୍ବର ୧୮।୧୨: ନୂଆଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସଂସଦ ଚାଲୁଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ କାର୍ଯ୍ୟକ୍ରମ ରହିଛି ।
ତେବେ ଗୁରୁବାର ଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀ ସହ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ GST ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏହାସହ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟି ପାରନ୍ତି ବୋଲି ଚର୍ଚ୍ଚା ହେଉଛି । ସେହିଭଳି ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ଭାଗ ନେବେ ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି । ସେହିଭଳି ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ ।
You Can Read:
ଦାମୀ କାର୍ରୁ ୧୦ଲକ୍ଷ ଟଙ୍କା ଜବତ ଘଟଣା : ଗିରଫ ୩ ଅଭିଯୁକ୍ତଙ୍କ ଜାମିନ୍ ଆବେଦନର ଚାଲିଛି ଶୁଣାଣି