ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Published By : Prameya-News7 Bureau | June 27, 2024 IST

ନୂଆଦିଲ୍ଲୀ: ଦିଲ୍ଲୀରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରଡ଼ିବା ମଧ୍ୟ ମହାମହିମଙ୍କୁ ଭେଟିଛନ୍ତି । ଉଲ୍ଲେଖଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଅଛନ୍ତି ମୋହନ ଚରଣ ମାଝୀ ।

ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତିଙ୍କୁ ଭେଟିବା ବେଳେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଏହା ପୂର୍ବରୁ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା । ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ସହ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି । ବୁଧବାର ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତିନି ଦିନିଆ ଗସ୍ତରେ ଦିଲ୍ଲୀ ଯାତ୍ରା କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.