ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ ରାଜ୍ୟ ପାଇଁ ଏକ ବଡ କ୍ଷତି

Published By : Prameya-News7 Bureau | July 05, 2024 IST

ଭୁବନେଶ୍ୱର ୦୫/୦୭: କାକଟପୁରର ପୂବର୍ତନ ବିଧାୟକ ତଥା ବିଭିନ୍ନ ବିଭାଗରେ ଥିବା ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ । ଆଜି ସକାଳୁ ଦେହାନ୍ତ ହୋଇଛି ବୋଲି ସୂଚନା ଦେଲେ ପୁଅ ସ୍ୱାଧୀନ କୁମାର ନାୟକ । 

ଶୁକ୍ରବାର ସକାଳ ୬ଘଟିକା ସମୟରେ ଭୁବନେଶ୍ୱର ବାସଭବନରେ ୯୩ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ତେବେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । 

ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ।  ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.