ଲୋକସେବା ଭବନରେ ମୋହନ ରାଜ୍, ମୁଣ୍ଡିଆ ମାରି ସମ୍ଭାଳିଲେ ନିଜ ପ୍ରକୋଷ୍ଠରେ କାର୍ଯ୍ୟଭାର

Published By : Prameya-News7 Bureau | July 04, 2024 IST

ଭୁବନେଶ୍ୱର ୦୪/୦୭: ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ପହଞ୍ଚିବା ପରେ ମୁଣ୍ଡିଆ ମାରି ଭିତରକୁ ପ୍ରବେଶ କରିଛନ୍ତି ମୋହନ ମାଝୀ। ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ପାଛୋଟି ନେଇଥିଲେ ଉପମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ ମନ୍ତ୍ରୀ। 

ଜୁନ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ। ତେବେ ସେ ଲୋକସେବା ଭବନର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟକୁ ଆସି ନଥିଲେ। ରାଜ୍ୟ ଅତିଥି ଭବନରେ ଅସ୍ଥାୟୀ କାର୍ୟ୍ୟାଳୟ ଖୋଲି କାମ କରୁଥିଲେ। ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠର ନବୀକରଣ କରାଯାଇଥିଲା ।  

ରାଜ୍ୟ ଅତିଥି ଭବନ ପାଲଟିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ସେଠାରେ ନିୟମିତ ବିଭିନ୍ନ ବୈଠକ କରୁଥିଲେ  ମୁଖ୍ୟମନ୍ତ୍ରୀ । ପ୍ରତିଦିନ ଶହଶହ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସମସ୍ୟା ବି ଜଣାଉଥିଲେ। ଆଜି ସେହି ପ୍ରକୋଷ୍ଠକୁ ଯାଇଛନ୍ତି ମୋହନ ମାଝୀ। ଗୁରୁବାରଠାରୁ ସଚିବାଳୟ ତୃତୀୟ ମହଲାରେ ଥିବା କାର୍ଯ୍ୟାଳୟରେ ବସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.