ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ନୀତି ଆୟୋଗ ବୈଠକରେ ଦେବେ ଯୋଗ

Published By : Prameya-News7 Bureau | July 26, 2024 IST

ଭୁବନେଶ୍ବର ୨୬: ଶୁକ୍ରବାରଠୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ରାତି ୮ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯିବେ । ଶନିବାର ଦିଲ୍ଲୀରେ ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗ ଦେବେ । 

ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି । ସେହି ବୈଠକରେ ମଧ୍ୟ ମୋହନ ମାଝୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀ ମାନଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ।

You Can Read:


  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.