ଭୁବନେଶ୍ୱର ୧୩।୦୧: ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ । ‘ଆୟୁଷ୍ମାନ ଭାରତ’ ପ୍ରଚଳ ପାଇଁ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।‘ ଆୟୁଷ୍ମାନ ଭାରତ’ ପ୍ରଚଳନ ପାଇଁ ସୋମବାର ଦିନ ଦିଲ୍ଲୀରେ ଏମ୍ଓୟୁ ସ୍ୱାକ୍ଷରିତ ହେବ। ଜାତୀୟ ସ୍ୱାସ୍ଥ୍ୟ ମିଶନ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବ । ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ମଧ୍ୟ ସାମିଲ ହେବେ ।
ଆସନ୍ତା ଫେବ୍ରୁଆରୀ ମାସରେ ଓଡ଼ିଶାରେ ଆୟୁଷ୍ମାନ୍ ଭାରତ ପିଏମ୍ ଜୟ ଯୋଜନା କାର୍ଯ୍ୟକାରୀ କରାଯିବ । ଏଥିପାଇଁ ସୋମବାର ନୂଆଦିଲ୍ଲୀରେ ରାଜ୍ୟ ସରକାର ଓ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଅଧୀନ ନ୍ୟାସନାଲ୍ ହେଲ୍ଥ ଅଥରିଟି ମଧ୍ୟରେ ବୁଝାମଣାପତ୍ର (ଏମ୍ଓୟୁ) ସ୍ୱାକ୍ଷର ହେବ । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ହେବାକୁ ଥିବା କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଉପସ୍ଥିତ ରହିବେ । ତାଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ମଧ୍ୟ ଯୋଗଦେବେ ।
ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ଭାରତ ଯୋଜନାରେ ପ୍ରତିବର୍ଷ ହିତାଧିକାରୀଙ୍କୁ ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସରକାରୀ ଓ ବେସରକାରୀ ହସ୍ପିଟାଲ୍ରେ ଚିକିତ୍ସା ମିଳିପାରିବ। ଏଥିରେ କ୍ୟାସ୍ଲେସ୍ ବ୍ୟବସ୍ଥା ରହିଛି। ଯୋଜନା ଜରିଆରେ ଦେଶର ୫୫ କୋଟି ଗରିବ ହିତାଧିକାରୀ ଉପକୃତ ହେବେ। ଯୋଜନା ଲାଗୁ ପରେ ରାଜ୍ୟର ସାଢେ ୩ କୋଟି ଲୋକଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନା କାର୍ଡ ମଧ୍ୟ ମିଳିବ। ଏହି ଯୋଜନା ଦ୍ୱାରା ୨୭ ଶହ ହସ୍ପିଟାଲରେ ହିତାଧିକାରୀ ଚିକିତ୍ସା ସୁବିଧା ପାଇପାରିବେ। ଇନ୍ସ୍ୟୁରାନ୍ସ ନୁହେଁ ଲୋକଙ୍କୁ ଆସ୍ୟୁରାନ୍ସ ମୋଡ୍ରେ ଚିକିତ୍ସା ମିଳିବ।
ଠକ ସୁକେଶ ଦେବ ଟିକସ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଲେଖିଲେ ଚିଠି