ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Published By : Prameya-News7 Bureau | May 10, 2024 IST

ଭୁବନେଶ୍ବର ୧୦।୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି । 

ଏକ୍ସରେ ମୁଖ୍ୟମନ୍ତ୍ରୀ ଏକ ଫଟୋ ସେୟାର କରି ଲେଖିଛନ୍ତି, ’ପବିତ୍ର ଅକ୍ଷୟ ତୃତୀୟା ଅବସରରେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଚାଷୀଭାଇମାନଙ୍କ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ । ଚଳିତ ବର୍ଷ ଭଲ ଫସଲ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଆଣିଦେଉ ।‘

ଓଡ଼ିଆ ପରମ୍ପରା ଅନୁସାରେ ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ତିଥିରେ ଅକ୍ଷୟ ତୃତୀୟା ପାଳିତ ହୁଏ । ଆଜିର ଏହି ଦିବ୍ୟ ମୁହୂର୍ତ୍ତରେ କୌଣସି କାମ କଲେ, ତାହା ନିଶ୍ଚିତ ଶୁଭଙ୍କର ବୋଲି ବିଶ୍ୱାସ ରହିଛି । ବିଶେଷକରି ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ଏହି ପର୍ବ ପ୍ରତିଟି ଓଡ଼ିଆଙ୍କ ଆସ୍ଥାର ପ୍ରତୀକ ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀମାନେ କ୍ଷେତରେ ମୁଠାମୁଠା ବିହନ ବୁଣିଥାନ୍ତି, ଯାହାକୁ ଅଖିମୁଠି କହିଥାନ୍ତି । ଆଜିଠାରୁ ଚାଷ କାମ ଆରମ୍ଭ ହୋଇଥାଏ । 

You Can Read:

ଦୁଇଟି ହାତୀ ଦାନ୍ତ ଜବତ କଲା ବନ ବିଭାଗ, ଦୁଇ ଜଣ ଅଟକ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.