ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାର ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳୀ ଅର୍ପଣ

Published By : Prameya-News7 Bureau | June 29, 2024 IST

ନୂଆଦିଲ୍ଲୀ ୨୯।୦୬: ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିଲ୍ଲୀ ସ୍ଥିତ ରାଜଘାଟରେ ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ମୁଖ୍ୟମନ୍ତ୍ରୀ ରାଜଘାଟ ଯାଇ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଘାଟରେ ପହଞ୍ଚି ମହାତ୍ମା ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ରାଜ୍ୟରେ ବିଜେପି ସରକାର ଗଠନ ହେବା ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କର ଏହା ପ୍ରଥମ ଥର ଦିଲ୍ଲୀ ଗସ୍ତ।


ଏହାପରେ ଦିନ ୧୧ଟାରେ ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କୁ ତାଙ୍କ ବାସଭବନରେ ମୁଖ୍ୟମନ୍ତ୍ରୀ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନ ୧ଟାରେ ତ୍ୟାଗରାଜ ନଗରରେ ଥିବା ଜଗନ୍ନାଥ ମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ସଂଧ୍ୟାରେ ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ ଯୋଗ ଦେବେ।  ଗୁରୁବାର ଓ ଗତକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରମଣ ଓ ନତୀନ ଗଡକରୀଙ୍କ ପରି ବହୁ କେନ୍ଦ୍ରୀୟ ନେତାଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ । ସେହିପରି କେନ୍ଦ୍ରମନ୍ତ୍ରୀମାନଙ୍କୁ ରଥଯାତ୍ରା ଅବସରରେ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ମଧ୍ୟ କରିଛନ୍ତି । ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଆଜି ଶେଷ ହେଉଛି ।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.