SRCଙ୍କ ନୂଆ ଗାଇଡଲାଇନ ଅନୁଯାୟୀ କ୍ଷତିପୂରଣ ଦିଆଯିବ, ଭୁଲ୍ ରିପୋର୍ଟ ନଦେବା ପାଇଁ କରାଯାଉଛି ସତର୍କ : କେ.ଭି. ସିଂହଦେଓ

Published By : Prameya-News7 Bureau | October 26, 2024 IST

ଭୁବନେଶ୍ବର ୨୬।୧୦: ବାତ୍ୟା ଜନିତ କ୍ଷୟକ୍ଷତି ପ୍ରଦାନ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ମନ୍ତ୍ରୀ କହିଛନ୍ତି, ଜିଲ୍ଲା ସ୍ତରରୁ ଆଖି ଦେଖା ରିପୋର୍ଟ ଆସିଛି । ବର୍ଷା କମିଲା ପରେ ଫିଲ୍ଡକୁ ଯାଇ ଜିଓ ଟ୍ୟାଗିଂ କରି ସରକାରଙ୍କୁ ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, SRC ଓ କୃଷି ବିଭାଗ ନିଷ୍ପତ୍ତି ନେବେ । ଲୋକଙ୍କୁ ଆମେ ଛାଡିବାକୁ ଚାହୁନୁ । ଲୋକଙ୍କ ଅଧିକାର ଯାହା ଦରକାର ସରକାର ଯୋଗାଇଦେବେ । SRCଙ୍କ ନୂଆ ଗାଇଡଲାଇନ ଅନୁଯାୟୀ କ୍ଷତିପୂରଣ ଦିଆଯିବ । ଜିଲ୍ଲା ସ୍ତରରୁ ରିପୋର୍ଟ ଆସିଲେ SRCଙ୍କୁ ଦିଆଯିବ । DBT ମାଧ୍ୟମରେ ଲୋକଙ୍କୁ କ୍ଷତିପୂରଣ ଦିଆଯିବ । ଭୁଲ୍ ରିପୋର୍ଟ ନଦେବା ପାଇଁ ସତର୍କ କରାଯାଉଛି । ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବେ ସରକାର । ପୂର୍ବରୁ ଆସିଥିବା ବାତ୍ୟାରେ ୨ ମାସ ଲାଗୁଥିଲା ବିଦ୍ୟୁତ ପୁନଃଉଦ୍ଧାର ପାଇଁ । ଶୁକ୍ରବାର ୯୦ % ବିଦ୍ୟୁତ କାମ ସରିଛି । ବର୍ଷା ପାଇଁ ୧୦ % ରହିଯାଇଥିଲା । ଶନିବାର ସନ୍ଧ୍ୟା ସୁଦ୍ଧା ସମ୍ପୂର୍ଣ୍ଣ କାମ ସରିବ ବୋଲି କେ.ଭି. ସିଂହଦେଓ କହିଛନ୍ତି ।

You Can Read:

ବାତ୍ୟା ‘ଦାନା’ର ବିଶେଷ ପ୍ରଭାବ ନାହିଁ : ସନ୍ଧ୍ୟା ସୁଦ୍ଧା ବର୍ଷା ଛାଡିଯିବ, ରବିବାରରୁ ପାଗ ଶୁଖିଲା

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.