ଭୁବନେଶ୍ୱର ୨୧/୦୩: କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶ ଶେଷ ହୋଇଛି । ଆଜି ବିଧାନସଭାକୁ ଆସିଛନ୍ତି ଜୟପୁର ବିଧାୟକ ତାରା ବାହିନୀପତି । ମୁଣ୍ଡିଆ ମାରି ଗୃହକୁ ପ୍ରବେଶ କରିଥିଲେ । ଆଜି ବିଧାନସଭାରେ କ’ଣ ରହିବ ତାରାଙ୍କ ଆଭିମୁଖ୍ୟ, ତା ଉପରେ ସମସ୍ତଙ୍କ ନଜର ରହିଛି ।
ବିଧାନସଭାରେ ବିଶୃଙ୍ଖଳା କରିବା ଅଭିଯୋଗରେ ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ନିଲମ୍ବିତ କରିଥିଲେ ବାଚସ୍ପତି ସୁରମା ପାଢୀ । ଗତ ୧୧ ତାରିଖରେ ଅଧିବେଶନ ଚାଲିଥିବା ବେଳେ ଗୃହ ଭିତରେ ବିଶୃଙ୍ଖଳା କରିଥିଲେ ତାରା । ଏହାପରେ ତାରାଙ୍କୁ ସସପେଣ୍ଡ କରିଥିଲେ ବାଚସ୍ପତି । ତେବେ ତାରାଙ୍କୁ ନିଲମ୍ବନ ପ୍ରତିବାଦରେ କକ୍ଷତ୍ୟାଗ କରିଥିଲେ କଂଗ୍ରେସ ବିଧାୟକ । ଗାନ୍ଧୀ ମୂର୍ତ୍ତି ତଳେ ବସି ସାରା ରାତି ପ୍ରତିବାଦ କରିବାକୁ ନିଷ୍ପତ୍ତି ନେଇଥିଲେ । ପିସିସି ସଭାପତି ପହଞ୍ଚି ବୁଝାସୁଝା କରିବା ପରେ ଧାରଣାରୁ ଉଠିଥିଲେ ଦଳର ବିଧାୟକ ।