ଭୁବନେଶ୍ୱର ୧୮/୦୭: ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ୧୯ ରୁ ୨୨ ଯାଏଁ ବିସ୍ତୃତି ବର୍ଷା ସମ୍ଭାବନା । କେତକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା । ସୋମବାର ଘୂର୍ଣ୍ଣିବଳୟ ମଙ୍ଗଳବାର ମଧ୍ୟ ପଶ୍ଚିମ ଝଡ଼ଖଣ୍ଡ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୭.୬ କିମି ଯାଏଁ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାର କେତେକ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ଲାଗିରହିଛି ।
ସୂଚନା ଥାଉକି, ୧୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରେ ଏହା ଲଘୁଚାପ ରୂପ ନେଇପାରେ । ଏହା ପ୍ରଭାବରେ ୨୦ରୁ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଦୁଇ ଦିନ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷିବ । ୧୯ରୁ ବର୍ଷାର ବିସ୍ତୃତି ବି ବଢ଼ିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ରେ ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୧ରେ ଜଗତସିଂହପୁର, କଟକ, ଢେଙ୍କନାଳ, ପୁରୀ, ଅନୁଗୁଳ, ଯାଜପୁର, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
you can also raed..
wp:embed {"url":"https://www.prameyanews7.com/bridge-collapse-in-jajpur/","type":"wp-embed","providerNameSlug":"prameya-news-7"} /wp:embed