ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା, ୨୬ ସନ୍ଧ୍ୟା ସୁଦ୍ଧା ନେଇପାରେ ଭୀଷଣ ବାତ୍ୟାର ରୂପ !

Published By : Prameya-News7 Bureau | May 23, 2024 IST

ଭୁବନେଶ୍ବର ୨୩।୫: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଆସନ୍ତା ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏ ନେଇ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଏକ୍ସ ଜରିଆରେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ମଧ୍ୟ ସୂଚନା ଦେଇଛନ୍ତି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହୋଇଛି । ୨୪ ତାରିଖ ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ୨୫ ତାରିଖ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ପହଞ୍ଚିବ ସମୁଦ୍ର ମଧ୍ୟରେ ପହଞ୍ଚିବାର ସମ୍ଭାବନା ରହିଛି । 



ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ ନାହିଁ ବୋଲି ପୂର୍ବରୁ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ।

You Can Read :

ନିମାପଡା ସଭାରୁ ଆସାମ ମୁଖ୍ୟମନ୍ତ୍ରୀଙ୍କୁ ପାଣ୍ଡିଆନ୍‌ଙ୍କ ଟାର୍ଗେଟ୍, ' ଅତିଥି ହୋଇ ଆସିଛନ୍ତି, ସମ୍ମାନ ଦେଇ କଥା ହୁଅନ୍ତୁ ‘

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.