ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି, ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

Published By : Prameya-News7 Bureau | October 29, 2024 IST

ପୁରୀ ୨୯।୧୦: ଶ୍ରୀଜିଉଙ୍କ ବନକଲାଗି ପାଇଁ ଦର୍ଶନ ବନ୍ଦ । ଆସନ୍ତା ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

 


ସୂଚନାଯୋଗ୍ୟ ଯେ, ବନକଲାଗି ବେଳେ ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହାଦ୍ଵାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀ ବୃଦ୍ଧି ହୁଏ । ଏହି ବିଶେଷ ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକ ଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ, ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକମାନେ ଏହି ନୀତି ସମ୍ପାଦନ କରିବେ ।

You Can Read:

ଆଠଗଡ଼ରେ ଗୋଠଛଡ଼ା ଦନ୍ତାର ଉତ୍ପାତ, ଭୟଭୀତ ଗ୍ରାମବାସୀ

 

 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.