ଗାଁ ରାସ୍ତାରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

Published By : Prameya-News7 Bureau | May 12, 2025 IST

କଳାହାଣ୍ଡି ୧୨।୦୫ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଚିଚିଆ ଗାଁରେ ଅଘଟଣ । ଗାଁ ରାସ୍ତାରେ ପଡ଼ିଛି ଜଣେ ଯୁବକଙ୍କ ମୃତଦେହ । ମୃତ ଯୁବକ ଜଣକ ଚିଚିଆ ଗାଁର ରୋମାଞ୍ଚଳ ବୋଡ଼କିଆ ବୋଲି ଜଣାପଡ଼ିଛି । ତାଙ୍କୁ କେହି ହତ୍ୟା କରି ରାସ୍ତାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। 

ଖବର ଅନୁଯାୟୀ, ସୋମବାର ସକାଳୁ ଯୁବକଙ୍କ ମୃତଦେହ ରାସ୍ତାରେ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ଗୋଲାମୁଣ୍ଡା ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଗୋଲାମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ପୋଲିସର ତଦନ୍ତ ଏବଂ ଶବ ବ୍ୟବଚ୍ଛେଦ ରିପୋର୍ଟ ହିଁ ମୃତ୍ୟୁର ସଠିକ କାରଣ ଜଣାପଡିବ ବୋଲି ସ୍ଥାନୀୟ ଲୋକେ ଆଶା ରଖିଛନ୍ତି । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.