କଣ୍ଟାବାଞ୍ଜି ୨।୮: ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି । ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହେଲେ ଛାତ୍ରଛାତ୍ରୀ । ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟରେ ଦେଖିବାକୁ ମିଳିଛି ଏଭଳି ଘଟଣା ।
ସୂଚନାଯୋଗ୍ୟ ଯେ, ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳିଖୁଣ୍ଟି ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇ ଅସୁସ୍ଥ ହୋଇଛନ୍ତି । ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଟିଟିଲାଗଡ଼ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଛାତ୍ରଛାତ୍ରୀ ମଧ୍ୟାହ୍ନ ଭୋଜନ ଖାଇବା ପରେ ୨୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବାରୁ ତାଙ୍କୁ ଟିଟିଲାଗଡ଼ ଡାକ୍ତରଖାନାକୁ ନିଆଯାଇଥିଲା । ମଧ୍ୟାହ୍ନ ଭୋଜନରେ ଝିଟିପିଟି ପଡ଼ିଥିବାରୁ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଥିବା ଜଣାପଡିଛି । ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା । ଶିକ୍ଷା ବିଭାଗର ଅଧିକାରୀ ଏହି ଘଟଣାକୁ ନେଇ ତଦନ୍ତ କରୁଥିବା ଜଣାପଡିଛି ।
You Can Read: