ଶନିବାର ହିତାଧିକାରୀଙ୍କ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା, ଯାଜପୁରରୁ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ

Published By : Prameya-News7 Bureau | February 08, 2025 IST

ଭୁବନେଶ୍ୱର ୦୮।୦୨:  ଶନିବାର ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ କରାଯିବ । ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଅନୁସାରେ, ଯେଉଁମାନଙ୍କୁ ଏହି ଟଙ୍କା ମିଳିନି, ୩ ଓ ୪ ତାରିଖରେ ବ୍ୟାଙ୍କୁ ଯାଇ ଇକେୱାଇସି କ୍ଲିଅର କଲେ ଏହି ଟଙ୍କା ମିଳିବ। ଯଦି ହିତାଧିକାରୀଙ୍କୁ ବ୍ୟାଙ୍କ ଏନପିସିଆଇ କ୍ଲିଅର ହୋଇଯାଇଥିବ, ତେବେ ସେମାନଙ୍କୁ ଏହି ପର୍ଯ୍ୟାୟରେ ଟଙ୍କା ମିଳିଯିବ । ଏହି ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ। 

ତେବେ ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ବଣ୍ଟନ କରାଯିବ । ଏନେଇ ଯାଜପୁରଠାରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ ହେବ ।  ଏହି ସଂଖ୍ୟା ପୂରଣ ପରେ ରାଜ୍ୟରେ ୯୮ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଲାଭବାନ ହେବେ । ଏହା ସହ ଯେଉଁମାନେ NPCI ରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡି ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ  ସୂଚନା ଦେଇଛନ୍ତି । 

୩ ଲକ୍ଷ ୩୮ ହଜାର NPCI ମଧ୍ୟରୁ ୫୯ ହଜାର NPCI କ୍ଲିୟର ହୋଇଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଯେହେତୁ ଗୋଟିଏ ବି ଯୋଗ୍ୟ ହିତାଧିକାରୀ ଯେମିତି ବାଦ ପଡିବେନି ସେନେଇ ମୁଖ୍ୟମନ୍ତ୍ରୀ କହିଥିବା ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ପ୍ରଥମ କିସ୍ତି ଓ ଉଭୟ ୨ୟ କିସ୍ତିର ବି ପଇସା ପାଇବେ । ଏହାସହ ସୁଭଦ୍ରା ମହିଳାଙ୍କ ପାଇଁ ବିକାଶର ମୂଳ ପିଣ୍ଡ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ସୁଭଦ୍ରା ଏକ ଫ୍ଲାଗସିସ ଯୋଜନା ନୁହେଁ ବରଂ ମହିଳାଙ୍କୁ ଉଦ୍ୟମୀ, ଏଣ୍ଟ୍ରରପିନର ହିସାବରେ ସୁଭଦ୍ରା ଗଢି ତୋଳିବ ବୋଲି ଶ୍ରୀମତି ପରିଡା କହିଛନ୍ତି ।


 

 

  • OdishaNews
  • CM Mohan Majhi
  • CMO
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.