ତିରୁପତି ପ୍ରସାଦରେ ମିଶୁଛି ତମାଖୁ, ଭକ୍ତ ଆଣିଲେ ସାଂଘାତିକ ଅଭିଯୋଗ

Published By : Prameya-News7 Bureau | September 24, 2024 IST

ହାଇଦ୍ରାବାଦ ୨୪/୦୯: ଥମୁନି ତିରୁପତି ପ୍ରସାଦକୁ ନେଇ ବିବାଦ । ଲଡୁରେ ପଶୁ ଚର୍ବି ମିଶା ଘଟଣା ଦିନକୁ ଦିନ ତେଜିବାର ଲାଗିଛି । ଅଭିଯୋଗ ଆସିବା ପରେ ସାରା ଦେଶରେ ଜାରି ରହିଛି ତୀବ୍ର ପ୍ରତିବାଦ । ଏହାରି ଭିତରେ ସାମ୍ନାକୁ ଆସିଛି ଆଉ ଏକ ସାଙ୍ଘାତିକ ଅଭିଯୋଗ। ପ୍ରସାଦ ରୂପେ ଦିଆଯାଉଥିବା ଲଡ଼ୁରେ ମିଶୁଛି ତମାଖୁ । 

ଏନେଇ ଅଭିଯୋଗ କରିଛନ୍ତି ତେଲଙ୍ଗାନା ଖମାମ ଜିଲ୍ଲାର ଜଣେ ଭକ୍ତ । ତେଲେଙ୍ଗାନା ଖମାମ ଜିଳ୍ଲାର ଜଣେ ଭକ୍ତ ଏଭଳି କିଛି ଗୁରୁତର ଅଭିଯୋଗ ଆଣିଛନ୍ତି । ଡି. ପଦ୍ମାବତୀ ନାମକ ଜଣେ ମହିଳା ସେପ୍ଟେମ୍ବର ୧୯ ତାରିଖରେ ତରୁପତି ତିରୁମାଲା ମନ୍ଦିର ପରିଦର୍ଶନରେ ଯାଇଥିଲେ । 

ଏଠାରେ ପ୍ରସାଦ ରୂପେ ଦିଆଯାଉଥିବା ପବିତ୍ର ଲଡୁକୁ ସେ ନିଜ ପରିବାର ଓ ପଡୋଶୀ ସହ ବାଣ୍ଟିବା ପାଇଁ ଆଣିଥିଲେ। ତେବେ ଘରକୁ ଆଣି ବାଣ୍ଟିବା ପାଇଁ ଲଡ଼ୁ ଖୋଲିବା ପରେ ଏଥିରେ କାଗଜରେ ଗୁଡା ହୋଇଥିବା ତମାଖୁ ଖଣ୍ଡ ଥିବା ଦେଖିବାକୁ ପାଇଥିଲେ । ଏହାକୁ ନେଇ ସେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ପବିତ୍ର ଲଡ଼ୁ ପ୍ରସ୍ତିତିରେ ଅପମିଶ୍ରିତ ଘିଅ ଓ ପଶୁ ଚର୍ବିର ବ୍ୟବହାରକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଏହି ଘଟଣା ସାମ୍ନାକୁ ଅସିଛି । 

ସେପଟେ ତିରୁମଲା ତିରୁପତି ଲଡ଼ୁରେ ଅପମିଶ୍ରଣକୁ ନେଇ ସୃଷ୍ଟି ହୋଇଥିବା ବିବାଦରେ ଖାଉଟି ବ୍ୟାପାର ମନ୍ତ୍ରଣାଳୟ ମୁହଁ ଖୋଲିଛି । ନମୁନାକୁ ଫୁଡ଼୍‌ ସେଫ୍‌ଟି ଆଣ୍ଡ୍‌ ଷ୍ଟାଣ୍ଡାର୍ଡସ୍‌ ଅଥରିଟି ଅଫ୍‌ ଇଣ୍ଡିଆ (FSSAI)କୁ ପଠାଯାଇଛି। ରିପୋର୍ଟ ଆସିବା ପରେ ମନ୍ତ୍ରଣାଳୟ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବିଭାଗୀୟ ସଚିବ ନିଧି ଖାଡେ କହିଛନ୍ତି। 


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.