ଲଘୁଚାପ ପ୍ରଭାବରେ ବୁଧବାର ଠାରୁ ବର୍ଷା ବଢ଼ିବ, ଶୁକ୍ରବାର ସୃଷ୍ଟି ହେବ ଆଉ ଏକ ଲଘୁଚାପ

Published By : Prameya-News7 Bureau | July 17, 2024 IST

ଭୁବନେଶ୍ୱର ୧୭।୭: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ଛତିଶଗଡ଼ ଉପରେ ରହିଛି । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଭଲ ବର୍ଷା ସମ୍ଭାବନା ଅଛି । ବୁଧବାର ଠାରୁ ବର୍ଷା ବଢ଼ିବ । ଶୁକ୍ରବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ୧୯ରୁ ବର୍ଷାର ବିସ୍ତୃତି ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗର ଆକଳନ କହୁଛି, ୧୭ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟରେ ଅଧିକ ବର୍ଷା ହୋଇପାରେ । ୧୮ରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ୧୯ରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ ଓ ଗଞ୍ଜାମର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ମାଲକାନଗିରି, ରାୟଗଡ଼ା, ଗଜପତି, ପୁରୀ, ନୟାଗଡ଼, ଖୋର୍ଦ୍ଧା, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, କେନ୍ଦୁଝର ଓ କଟକର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । 

୨୦ରେ କଳାହାଣ୍ଡି, ନବରଙ୍ଗପୁର, କନ୍ଧମାଳ ଓ ବଲାଙ୍ଗୀରରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଆକଳନ କରିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି ଓ ନୂଆପଡ଼ାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ।

You Can Read:

ଓଲଟିଲା ପରିବା ବୋଝେଇ ପିକଅପ୍ ଭ୍ୟାନ୍ : ଜଣେ ଗୁରୁତର, ୫ ଆହତ

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.