ଭୁବନେଶ୍ୱର ୧୭/୦୭: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଛନ୍ତି । ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି । ଆଜି ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଓ ରାଜ୍ୟରେ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ଦାବିରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ ।
ବାଲେଶ୍ୱର ଏଫ୍ଏମ୍ କଲେଜ ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଓଡ଼ିଶା ବନ୍ଦ ଡାକରା । ଆଜି ଦିନିକିଆ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ ସମେତ ୮ ବିରୋଧୀ ଦଳ । ଦୋକାନ, ବଜାର, ଶିକ୍ଷାନୁଷ୍ଠାନ ସମେତ ସମସ୍ତ କାର୍ଯ୍ୟାଳୟ, ଅଦାଲତ, ବ୍ୟାଙ୍କ ଓ ବୀମା ଭଳି ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବନ୍ଦ ରଖିବା ପାଇଁ ଆହ୍ୱାନ ଦିଆଯାଇଛି । ରାଜଧାନୀ ସମେତ ସାରା ରାଜ୍ୟରେ ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ଆହ୍ୱାନ ଦେଇଛନ୍ତି କଂଗ୍ରେସ ଓ ୮ ରାଜନୈତିକ ଦଳ ।
ବନ୍ଦ ପାଳନରୁ ଅତ୍ୟାବଶ୍ୟକ ସେବା, ଆମ୍ୱୁଲାନ୍ସ, ରୋଗୀଙ୍କ ଚିକିତ୍ସା ଆଦି ବାଦ ଦିଆଯିବ ବୋଲି ବନ୍ଦ ଡାକରା ଦେଇଥିବା ଦଳ ସ୍ପଷ୍ଟ କରିଛନ୍ତି । ଦିନିକିଆ ବନ୍ଦକୁ ସଫଳ କରିବା ପାଇଁ ରାଜ୍ୟର ଜନସାଧାରଣଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି କଂଗ୍ରେସ ସମେତ ୮ ରାଜନୈତିକ ଦଳ । ବିଜେପି ସରକାରର କୁଶାସନ ବିରୋଧରେ ଏହି ବନ୍ଦ ମହିଳାଙ୍କ ସମ୍ମାନ ଓ ସୁରକ୍ଷା ପାଇଁ ଓଡ଼ିଶା ବନ୍ଦ ଲୋକଙ୍କର ହେଉ ବୋଲି ବିରୋଧୀମାନେ ଅପିଲ କରିଛନ୍ତି ।