ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

Published By : Prameya-News7 Bureau | February 23, 2025 IST

ପୁରୀ ୨୩।୦୨ : ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ଲୋକନାଥଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଦର୍ଶନଙ୍କ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ମଧ୍ୟ ହେବ । ଖାସ୍‌ ସେଥିଲାଗି ପୁରୀ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି । 

ପଙ୍କୋଦ୍ଧାର ଏକାଦଶୀ ଉପଲକ୍ଷେ ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବ। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଆରକ୍ଷୀ ଏସପି, ୫ ଜଣ ଡିସପି, ୧୫ ଜଣ ଇନିସ୍‌ପେକ୍ଟର, ୪୧ ଜଣ ଏସଆଇ ଓ ଏଏସଆଇ, ୭୨ ଜଣ ହାବିଲଦାର, କନେଷ୍ଟବଳ, ୮୨ ଜଣ ହୋମଗାର୍ଡ, ୬ ପ୍ଲାଟୁନ ପୋଲିସ ଫୋର୍ସ  ମୁତୟନ ହେବେ। ଏଥିସହ ମନ୍ଦିର ଭିତରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପୁରୀ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.