ଶ୍ରୀମନ୍ଦିରରୁ ବଡ଼ ସଙ୍କେତ, ଅତ୍ୟନ୍ତ ଶୁଭ ଓ ମଙ୍ଗଳ କାରକ କହିଲେ ସେବକ

Published By : Prameya-News7 Bureau | March 17, 2025 IST

ପୁରୀ ୧୭/୦୩: ଶ୍ରୀମନ୍ଦିର ପତିତପାବନ ବାନାରେ ପଡିଲା ଶୂନ୍ୟ ଗଣ୍ଠି । ନୀଳଚକ୍ରରେ ଲାଗିଥିବା ପତିତପାବନ ବାନାରେ ପଡିଛି ଶୂନ୍ୟ ଗଣ୍ଠି । ସୋମବାର ସକାଳୁ ଦେଖିବାକୁ ମିଳିଛି ଏଭଳି ଦୁର୍ଲଭ ଦୃଶ୍ୟ । 

ସୂଚନା ଥାଉକି, ପୁରୀ ଶ୍ରୀମନ୍ଦିର ପତିତପାବନ ବାନାରେ ଦେଖିବାକୁ ମିଳିଥିଲା ଅଲୌକିକ ଦୃଶ୍ୟ । ପତିତପାବନ ବାନାରେ ପଡିଛି ଶୂନ୍ୟ ଗଣ୍ଠି । ତେବେ ଶୂନ୍ୟ ଗଣ୍ଠି ପଡିବା ପରେ ସେବାୟତ କହିଛନ୍ତି ଏହା ଅତ୍ୟନ୍ତ ଶୁଭଦାୟକ । ସେ କହିଛନ୍ତି ବିଶ୍ବାସ ରହିଛି ଶୂନ୍ୟ ଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ । 

ବିପଦ ଆପଦ ଦୂର ହୋଇଥାଏ ବୋଲି ଚୂନରା ସେବକ ସୂଚନା ଦେଇଛନ୍ତି। ଶୂନ୍ୟ ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ରବିବାର ପ୍ରବଳ ପବନ ବହିଥିବା ଯୋଗୁ ପତିତପାବନ ବାନାରେ ଶୂନ୍ୟ ଗଣ୍ଠି ପଡିଯାଇଥିଲା । ତେବେ ଏହି ପତିତପାବନ ବାନାକୁ ଆଜି ସନ୍ଧ୍ୟା ସମୟରେ ଓହ୍ଳାଇ ଦିଆଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.