ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫: ‘ପ୍ରମେୟ’କୁ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ସମ୍ମାନ

Published By : Prameya-News7 Bureau | February 03, 2025 IST

ଭୁବନେଶ୍ୱର: ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ କରାଯାଇଛି। ଏହି ଉତ୍ସବରେ ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଓଡ଼ିଆ ସମ୍ବାଦପତ୍ର ପ୍ରମେୟକୁ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ଭାବେ ସମ୍ମାନିତ କରାଯାଇଛି। ସୁମା ରିୟଲ୍ ମିଡିଆ ପ୍ରାଇଭେଟ ଲିମିଟେଡ୍‌ର ଗ୍ରୁପ୍ ଡାଇରେକ୍ଟର (ସେଲ୍‌ସ ଆଣ୍ଡ ମାର୍କେଟିଂ) ଶ୍ରୀ ହିମାଂଶୁ ଭୂଷଣ ହୋତା ଏହି ସମ୍ମାନ ଗ୍ରହଣ କରିଥିଲେ । ଭାରତୀୟ ଶାସ୍ତ୍ରୀୟ ସଂଗୀତଜ୍ଞ ତଥା ସରୋଦ ବାଦକ ଶ୍ରୀ ଅମନ୍ ଅଲ୍ଲୀ ବଙ୍ଗସ୍ ଶ୍ରୀ ହୋତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । 

ଟାଇମ୍ସ ଗ୍ରୁପ୍ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ସମ୍ମାନିତ ଅତିଥି ଯୋଗ ଦେଇଥିବା ବେଳେ ଭାରତୀୟ ଅଭିନେତ୍ରୀ ତଥା ପ୍ରଯୋଜିକା ଋତୁପର୍ଣ୍ଣା ସେନ୍‌ଗୁପ୍ତା ଚକ୍ରବର୍ତ୍ତୀ ମଧ୍ୟ ସାମିଲ ହୋଇଥିଲେ ।  ଟାଇମ୍ସ ନେଟୱାର୍କର ଆସିଷ୍ଟାଣ୍ଟ ଭାଇସ୍ ପ୍ରେସିଡେଣ୍ଟ ତଥା ପୂର୍ବାଂଚଳର ଆଞ୍ଚଳିକ ମୁଖ୍ୟ ଶ୍ରୀ ବିମନ୍ ଦତ ଅତିଥିମାନଙ୍କୁ ସ୍ୱାଗତ କରିବା ସହ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

 

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.