ପଞ୍ଚଭୂତରେ ବିଲୀନ ହେବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ, ସ୍ୱର୍ଗଦ୍ୱାରରେ ହେବ ଶେଷକୃତ୍ୟ

Published By : Prameya-News7 Bureau | March 18, 2025 IST

ଭୁବନେଶ୍ୱର ୧୮/୦୩: ପଞ୍ଚଭୂତରେ ବିଲୀନ ହେବେ ଦିବଂଗତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ। ପୁରୀ ସ୍ୱର୍ଗଦ୍ୱାରରେ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ। ଏବେ ସ୍ବର୍ଗଦ୍ବାର ଅଭିମୁଖେ ବିଶିଷ୍ଟ ରାଜନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ପାର୍ଥିବ ଶରୀର । 

ସୋମବାର ଭୁବନେଶ୍ବର ବିମାନବନ୍ଦରରେ ପହଂଚିବା ପରେ ଦେବେନ୍ଦ୍ରଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା । ବିମାନବନ୍ଦରରେ ବିଭିନ୍ନ ଦଳର ରାଜନେତା ପହଞ୍ଚିଥିଲେ। ଏହାପରେ ମରଶରୀରକୁ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ନିଆଯାଇଥିଲା । 

ସେବା ଓ ସଂକଳ୍ପ ମନୋଭାବ ନେଇ ରାଜ୍ୟର ବିକାଶ ପାଇଁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଦେବେନ୍ଦ୍ର ପ୍ରଧାନ ସାରା ଜୀବନ ଉତ୍ସର୍ଗ କରିଥିଲେ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଶେଷ ଦର୍ଶନ କରିଥିଲେ । ୮୪ ବର୍ଷ ବୟସରେ ନୂଆଦିଲ୍ଲୀରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଥିଲା । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ହେଉଛନ୍ତି ଡାକ୍ତର ଦେବେନ୍ଦ୍ର ପ୍ରଧାନ । ତତ୍‌କାଳୀନ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ରମନ୍ତ୍ରୀ ରହିଥିଲେ ଡାକ୍ତର ଦେବେନ୍ଦ୍ର ପ୍ରଧାନ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.