ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଘରୋଇ ମେଡିକାଲରେ ଭର୍ତ୍ତି

Published By : Prameya-News7 Bureau | January 28, 2025 IST

ଭୁବନେଶ୍ୱର ୨୮।୦୧ : ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ । ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହେବା ପରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଡାକ୍ତରୀ ଟିମ୍‌ ଲଗାତର ଭାବେ ତାଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି । ନିକଟରେ ମଧ୍ୟ ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଦେହ ଅସୁସ୍ଥ ହୋଇଥିଲା । କିଛି ଦିନ ଧରି ମେଡିକାଲରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇଥିଲା । ଆଉ ଏବେ ପୁଣି ଥରେ ଅସୁସ୍ଥ ହୋଇଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ । 

ସୂଚନାଯୋଗ୍ୟ ଯେ, ୧୯୩୪ ମସିହା ଅଗଷ୍ଟ ୩ ତାରିଖରେ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଜନ୍ମ । ୧୯୭୧ ମସିହାରେ ଭାରତୀୟ ଜନସଂଘର ଜଣେ କର୍ମକର୍ତ୍ତା ଭାବେ ଯୋଗଦେଇଥିଲେ । ଏହାପରେ ୧୯୭୭ ମସିହାରେ ଜନତା ପାର୍ଟିର ସାଧାରଣ ସଂପାଦକ ଭାବେ ଦାୟିତ୍ୱ ତୁଲାଇଥିଲେ । ଏମିତିକି ଦେଶରେ ଜରୁରୀକାଳୀନ ପରିସ୍ଥିତି ସମୟରେ ଗୃହବନ୍ଦୀ ହୋଇଥିଲେ । ୧୯୭୭ରେ ମଧ୍ୟ ଜନତା ପାର୍ଟିର ଟିକେଟରେ ଚିଲିକା ବିଧାନସଭା ନିର୍ବାଚନ ଲଢିଥିଲେ, ଆଉ ବିଜୟୀ ବି ହୋଇଥିଲେ । ୧୯୯୦ରେ ଜନତା ଦଳ ଟିକେଟରେ ଚିଲିକାରୁ ପୁଣି ଥରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୬ରେ ବିଜେପିରେ ସାମିଲ ହୋଇଥିଲେ । ପରେ ଭୁବନେଶ୍ୱର ମଧ୍ୟ ଆସନରୁ ବିଧାୟକ ଭାବେ ନିର୍ବାଚନ ହୋଇଥିଲା । ଆଉ ନବୀନ ପଟ୍ଟାନୟକଙ୍କ କ୍ୟାବିନେଟ୍‌ରେ ଆଇନ, ଅବକାରୀ ଆଦି ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଛନ୍ତି । ଶେଷରେ ୨୦୧୯ରେ ଆନ୍ଧ୍ରପ୍ରଦେଶରେ ୨୩ ତମ ରାଜ୍ୟପାଳ ଭାବେ ଶପଥ ନେଇଥିଲେ । ଏହାପରେ ୨୦୨୩ରେ ଛତିଶଗଡ଼ର ୭ମ ରାଜ୍ୟପାଳ ଭାବେ ଦାୟିତ୍ୱ ନିର୍ବାହ କରିସାରିଛନ୍ତି ବିଶ୍ୱଭୂଷଣ ହରିଚନ୍ଦନ । 

ଆସନ୍ତୁ, ଓଡ଼ିଶାରେ ନିବେଶ କରନ୍ତୁ, ଶିଳ୍ପପତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ


  • odisha
  • OdishaNews
  • prameyanews7
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.