ହୋଲି ଖେଳକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌ , ସାଂସଦଙ୍କ ପ୍ରତିନିଧି ଗୁରୁତର

Published By : Prameya-News7 Bureau | March 16, 2025 IST

ଦିଗପହଣ୍ଡି ୧୬।୦୩ : ହୋଲି ଖେଳକୁ ନେଇ ଗଞ୍ଜାମ ଜିଲ୍ଲା ବଡ଼ଗୋବିନ୍ଦପୁର ଗାଁର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ । ଯେଉଁଥିରେ ପୂର୍ବତନ ସରପଞ୍ଚ ତଥା ବ୍ରହ୍ମପୁର ସାଂସଦଙ୍କ ପ୍ରତିନିଧି କେ.ହରିବନ୍ଧୁ ରେଡ୍ଡୀଙ୍କ ଉପରେ ଆକ୍ରମଣ ହୋଇଥିବା ସୂଚନା । ଗୁରୁତର ଅବସ୍ଥାରେ ହରିବନ୍ଧୁ ରେଡ୍ଡୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । 

ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଗଡ଼ଗୋବିନ୍ଦପୁରରେ ହୋଲି ଖେଳକୁ ନେଇ ଗାଁର ୨ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲା। ଏହି ସଂଘର୍ଷରେ ଉଭୟ ଗୋଷ୍ଠୀ କିଛି ସଦସ୍ୟ ଆହତ ହୋଇଥିବା ବେଳେ ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ଚିକିଟି ମେଡିକାଲରେ ଭର୍ତ୍ତି କରାଯାଇଥିଲା, ହେଲେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଦିଗପହଣ୍ଡି ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିବା ସହ ଆକ୍ରମଣକାରୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି । 

ହୁତି ବିଦ୍ରୋହୀ ଗୋଷ୍ଠୀ ଉପରେ ଏୟାର ଷ୍ଟ୍ରାଇକ୍; ଆମେରିକା ଆକ୍ରମଣରେ ୧୯ ମୃତ

 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.