କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଅଗ୍ନିକାଣ୍ଡ, SNCUରେ ଲାଗିଲା ନିଆଁ

Published By : Prameya-News7 Bureau | August 30, 2024 IST

କୋରାପୁଟ ୩୦।୮: କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ । ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଲାଗିଲା ନିଆଁ । ନିଆଁକୁ ଆୟତ୍ତ କରୁଛି ଅଗ୍ନିଶମ ବାହିନୀ ।

ସୂଚନାଯୋଗ୍ୟ ଯେ, କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ମାତୃ ଓ ଶିଶୁ ବିଭାଗର ଏସ‌ଏନସିୟୁରେ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ କୋରାପୁଟ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ତେବେ ବିଭାଗରେ ଥିବା ସମସ୍ତ ନବଜାତ ଶିଶୁ ଓ ମା'ଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଥିବା ଦେଖିବାକୁ ମିଳିଛି ।

You Can Read:

ଅବକାରୀ କମିଶନର ଅଫିସକୁ କଟକରୁ ଭୁବନେଶ୍ୱରକୁ ସ୍ଥାନାନ୍ତର ପ୍ରସଙ୍ଗ ଉଠାଇଲେ ବିଧାୟିକା ସୋଫିଆ ଫିର୍ଦ୍ଦୋଶ

 

  • odisha
  • OdishaNews
  • Odisha Assembly
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.