ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି, ଅଯଥା ଭୟଭୀତ ନହେବାକୁ ଯୋଗାଣ ମନ୍ତ୍ରୀଙ୍କ ଅପିଲ୍

Published By : Prameya-News7 Bureau | October 22, 2024 IST

ଭୁବନେଶ୍ବର ୨୨।୧୦: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଲର୍ଟରେ ରାଜ୍ୟ ସରକାର । ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପର୍ଯ୍ୟାପ୍ତ ପରିମାଣରେ ଖାଦ୍ୟ ସାମଗ୍ରୀ ମହଜୁଦ ଅଛି । ସବୁ ପ୍ରକାର ପରିସ୍ଥିତିକୁ ସାମ୍ନା କରିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଅଯଥା ଭୟଭୀତ ନହେବା ପାଇଁ ରାଜ୍ୟବାସୀଙ୍କୁ ଯୋଗାଣ ମନ୍ତ୍ରୀ ଅପିଲ୍ ପରିଛନ୍ତି । ଅପରାହ୍ନ ୪ଟା ବେଳେ ବ୍ୟବସାୟୀଙ୍କ ସହ ବୈଠକ କରାଯିବ । ସରକାରଙ୍କୁ ସହଯୋଗ କରିବାକୁ ସେମାନଙ୍କୁ ନିବେଦନ କରାଯିବ । ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମହଜୁଦକାରୀଙ୍କୁ ହୋଡିଂ ନକରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟାର ମୁକାବିଲା କରିବା ପାଇଁ ସମସ୍ତଙ୍କ ସହଯୋଗ ଦରକାର । ଯଦି କେହି ଏହି ପରିସ୍ଥିତିର ଫାଇଦା ଉଠାଇବାକୁ ଚେଷ୍ଟା କରିବେ କି ଲୋକଙ୍କୁ ହଇରାଣ କରିବେ ।   ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ଚଢ଼ାଉ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । କିଛି ଜାଗାରେ ଚଢ଼ାଉ ହୋଇଛି । ଏହି ପରିସ୍ଥିତିର ଅନାବଶ୍ୟକ ଫାଇଦା ଉଠାଇବାକୁ କାହାକୁ ସୁଯୋଗ ଦିଆଯିବ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।

You Can Read:

ଜିରୋ କାଜୁଆଲଟି ପାଇଁ ସରକାରଙ୍କ ତରଫରୁ ସବୁ ବ୍ୟବସ୍ଥା କରାଯାଇଛି, ଅଗ୍ନିଶମ ବିଭାଗ ବି ସଜାଗ : ପ୍ରଭାତୀ ପରିଡ଼ା

 

  • odisha
  • OdishaNews
  • Cyclone Dana
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.