ଭୁବନେଶ୍ବର ୯।୧୧: ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କ ସହ ପୋଲିସର ବିବାଦ ମାମଲାରେ ଆସିଲା ଫରେନସିକ୍ ରିପୋର୍ଟ । କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ଫରେନସିକ୍ ରିପୋର୍ଟ । ଗୁଜୁରାଟ ସ୍ଥିତ ଲାବ୍ରୁ ଏହି ଫରେନସିକ୍ ରିପୋର୍ଟ ଆସିଛି । ତେବେ ଏହି ଫରେନସିକ୍ ରିପୋର୍ଟ ଖୋଲିବ ଘଟଣାର ପ୍ରକୃତ ରହସ୍ୟ । ଗୁଜୁରାଟ ଫରେନସିକ୍ ଲାବ୍ରେ ଭରତପୁର ଥାନା ଅଧିକାରୀଙ୍କର ଫରେନସିକ୍ ଯାଞ୍ଚ ହୋଇଥିଲା । ଭରତପୁର ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କର ବ୍ରେନମ୍ୟାପିଂ, ପଲିଗ୍ରାଫ ଓ ନାର୍କୋଟେଷ୍ଟ କରାଯାଇଥିଲା । ତିନି ଜଣ ଏସ୍ଆଇ ଓ ଜଣେ ଏଏସ୍ଆଇଙ୍କର ପଲିଗ୍ରାଫ ଟେଷ୍ଟ କରିଥିଲା କ୍ରାଇମବ୍ରାଞ୍ଚ । ଏଥିପାଇଁ ଭୁବନେଶ୍ୱର କୋର୍ଟ ଅନୁମତି ଦେଇଥିଲେ ।
ଭରତପୁର ଥାନା ଘଟଣାର ସମୀକ୍ଷା କଲେ ପୋଲିସ ଡିଜି, କ୍ରାଇମବ୍ରାଞ୍ଚ ଏଡିଜି ଓ ୨ ତଦନ୍ତକାରୀ ଅଧିକାରୀ ଉପସ୍ଥିତ
ଗତ ସେପ୍ଟେମ୍ବର ୧୪ ତାରିଖ ରାତିରେ ଭରତପୁର ଥାନାରେ ଆର୍ମି ମେଜର ଓ ବାନ୍ଧବୀଙ୍କୁ ପୋଲିସ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା । ପୁରୁଷ ବନ୍ଧୁଙ୍କ ସହ ପୀଡ଼ିତା ରାତି ୧ଟା ବେଳେ ଅଭିଯୋଗ କରିବାକୁ ଯାଇଥିବା ବେଳେ ପୋଲିସ ଆକ୍ରମଣ କରିବା ସହ ଥାନା ଆଇଆଇସିଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଘଟଣାରେ ତତ୍କାଳୀନ ଥାନା ଆଇଆଇସି ଦୀନକୃଷ୍ଣ ମିଶ୍ର ଓ ୪ ଜଣ ପୋଲିସ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବନ କରାଯାଇଥିଲା । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଜାରି ରଖିଛି ।
You Can Read:
ଆସନ୍ତା ୧୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଜନଜାତି ଗୌରବ ଦିବସକୁ କରିବେ ଉଦଘାଟନ