ଶେଷ ନିଶ୍ବାସ ତ୍ୟାଗ କଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ା, ବିଭିନ୍ନ ମହଲରେ ଶୋକ

Published By : Prameya-News7 Bureau | October 19, 2024 IST

କେନ୍ଦ୍ରାପଡ଼ା ୧୯।୧୦: କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲ୍ଲା ସଭାପତି ଉତ୍କଳ କେଶରୀ ପରିଡ଼ାଙ୍କ ଦେହାନ୍ତ । ଶନିବାର ସକାଳ ସାଢେ ୯ଟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଛି l ଏ ନେଇ ତାଙ୍କ ପୁଅ କଳିଙ୍ଗ କେଶରୀ ପରିଡ଼ା ସୂଚନା ପ୍ରଦାନ କରିଛନ୍ତି l ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା l ଦୀର୍ଘ ଦିନ ଧରି ଉତ୍କଳ କେଶରୀ ଅସୁସ୍ଥ ଥିଲେ । ବିଭିନ୍ନ ପର୍ଯ୍ୟାୟରେ ତାଙ୍କର ଚିକିତ୍ସା ଚାଲିଥିଲା l 

ଉତ୍କଳ କେଶରୀ ପରିଡ଼ାଙ୍କ ଜନ୍ମସ୍ଥାନ କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ l ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ l ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ l ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ l ୨୦୦୪ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ l ୨୦୧୯ରୁ ୨୦୨୩ ପର୍ଯ୍ୟନ୍ତ କେନ୍ଦ୍ରାପଡା ଜିଲ୍ଲା ବିଜେଡି ସଭାପତି ଭାବେ ଦାୟିତ୍ବ ତୁଲାଇଥିଲେ l ଉତ୍କଳ କେଶରୀ ପରିଡ଼ାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି  l

You Can Read:

କୁରୁଣ୍ଟୀ ଗାଁରେ ଅଘଟଣ, ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.