ରାଜନୀତିରୁ ଅବସର ନେଲେ କନ୍ଧମାଳ ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ, ଜାରି ରହିବ ସମାଜସେବା

Published By : Prameya-News7 Bureau | June 09, 2024 IST

ଭୁବନେଶ୍ବର ୯।୬: ପ୍ରତ୍ୟକ୍ଷ ରାଜନୀତିରୁ ଓହରିଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳର ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ରବିବାର ଏନେଇ ଅଚ୍ୟୁତ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖ ଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ କରିଛନ୍ତି । 

ଶନିବାର ନବୀନ ନିବାସରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟି ଏ ସମ୍ପର୍କରେ ଅଚ୍ୟୁତ ସାମନ୍ତ ନିଜ ଇଚ୍ଛା ବ୍ୟକ୍ତ କରିଥିଲେ । ଏହାସହ ଉଭୟ ରାଜ୍ୟସଭା ଓ ଲୋକସଭା ପାଇଁ ତାଙ୍କୁ ସୁଯୋଗ ଦେଇଥିବାରୁ ଅଚ୍ୟୁତ ସାମନ୍ତ, ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଦୀର୍ଘ ୩୨ ବର୍ଷ ଧରି ସେ ଜାରି ରଖିଥିବା ସମାଜସେବା ପୂର୍ବବତ ଜାରି ରହିବ ଏବଂ ଏହି ସମାଜସେବାକୁ ଆହୁରି ବ୍ୟାପକ କରିବେ ବୋଲି ଅଚ୍ୟୁତ ସାମନ୍ତ ପ୍ରକାଶ କରିଛନ୍ତି । 

ଚଳିତ ସାଧାରଣ ନିର୍ବାଚନରେ ସେ କନ୍ଧମାଳ ସଂସଦୀୟ କ୍ଷେତ୍ରରୁ ଲଢ଼ି ପରାଜିତ ହୋଇଥିଲେ । ଏହି ଅବସରରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ସମସ୍ତ ଜନସାଧାରଣଙ୍କୁ ସେମାନଙ୍କ ଭଲ ପାଇବା ପାଇଁ ଅଚ୍ୟୁତ ସାମନ୍ତ କନ୍ଧମାଳବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ।

You Can Read :

ଜୁନ୍ ୧୦ ପରିବର୍ତ୍ତେ ଜୁନ୍ ୧୨ରେ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ !

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.