ଆନନ୍ଦପୁର ୨୫।୬: ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୪ ଅସୁସ୍ଥ । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ବାଲିଡାହି ଗାଁର ଗୋଟିଏ ପରିବାର ଜଙ୍ଗଲୀ ଛତୁ ଖାଇ ଅସୁସ୍ଥ ହୋଇଛନ୍ତି । ସମସ୍ତଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମଙ୍ଗଳବାର ଜଙ୍ଗଲରୁ ଆଣିଥିବା ଛତୁ ଖାଇବା ପରେ ପରିବାରର ୪ ସଦସ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ । ତୁରନ୍ତ ସେମାନଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଆକ୍ରାନ୍ତଙ୍କ ମଧ୍ୟରେ ପରିବାରର ୩ ଜଣ ମହିଳା ଓ ଜଣେ ପୁରୁଷ ରହିଛନ୍ତି । ତେବେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଏବେ ସ୍ଥିର ଥିବା ସୂଚନା ମିଳିଛି ।
You Can Read:
ହାତୀ ଆକ୍ରମଣରେ ଗଜସାଥୀଙ୍କ ମୃତ୍ୟୁ, ହାତୀ ଘଉଡାଇବା ପାଇଁ ଯାଇଥିଲେ