ଭୁବନେଶ୍ବର ୪।୬: ୮୨୬ ପିଜିଟି ଶିକ୍ଷକ ପଦବୀ ପୂରଣ କରିବେ ରାଜ୍ୟ ସରକାର । ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ । ନୂଆ ସରକାର ଆସୁ ଆସୁ ପ୍ରାୟ ୧୬ ହଜାର କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହାପରେ ଆହୁରି ୨ ହଜାର ନିଯୁକ୍ତି ପତ୍ର ଦିଆଯାଇଛି ।
ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ । ନିଯୁକ୍ତି ଏକ ନିରନ୍ତର ପ୍ରକ୍ରିୟା । ସରକାର ଖାଲି ପଡ଼ିଥିବା ଶିକ୍ଷକ ପଦବୀ ପୂରଣ ପାଇଁ ଚେଷ୍ଟା କରୁଛନ୍ତି । ଖୁବ୍ଶୀଘ୍ର ଏହା ପୂରଣ ହେବ । ଏହାସହ ଯାହା ଅସୁବିଧା ଅଛି ତାକୁ ତର୍ଜମା କରାଯାଇ ଉଚିତ୍ ପଦକ୍ଷେପ ଗ୍ରହଣ କରାଯିବ ।
You Can Read:
କୌଣସି ପରିସ୍ଥିତିରେ ଦୁର୍ନୀତିକୁ ବରଦାସ୍ତ କରାଯିବନି, ଦୁର୍ନୀତି କ୍ଷେତ୍ରରେ ଆମ ନୀତି ହେଉଛି ‘ଶୂନ୍ୟ ସହନଶୀଳତା