କଟକ ୩୦।୧୦: ସ୍ତ୍ରୀଙ୍କୁ ହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଜେଲ୍ ଯିବେ । ବୁଧବାର ନିମ୍ନ ଅଦାଲତଙ୍କ ରାୟକୁ କାଏମ ରଖିଲେ ହାଇକୋର୍ଟ । ନିମ୍ନ ଅଦାଲତଙ୍କ ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ରାମମୂର୍ତ୍ତି । ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ୧୧ ଜଣ ସାକ୍ଷୀଙ୍କ ବୟାନ ଓ ୧୫ ଟି ଦସ୍ତାବିଜ ଆଧାରରେ ପୂର୍ବତନ ବିଧାୟକଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ ।
ସୂଚନାଯୋଗ୍ୟ ଯେ, ୧୯୯୫ ଅଗଷ୍ଟ ୨୯ ତାରିଖରେ ରାମମୂର୍ତ୍ତି ଗମାଙ୍ଗଙ୍କ ପତ୍ନୀ ଶଶୀରେଖାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା । ଖାରବେଳନଗର ସ୍ଥିତ ଏମ୍ଏଲ୍ଏ କଲୋନୀରେ ଥିବା ସରକାରୀ ଘରୁ ଶଶୀରେଖାଙ୍କ ପୋଡ଼ା ମୃତଦେହ ଉଦ୍ଧାର କରାଯାଇଥିଲା । ଘଟଣା ଦିନ ୧୦ଟା ୪୫ ମିନିଟ୍ରେ ରାମମୂର୍ତ୍ତି ପୋଲିସକୁ ଖବର ଦେଇଥିଲେ ଯେ, ତାଙ୍କ ସ୍ତ୍ରୀ ଆତ୍ମହତ୍ୟା କରିଛନ୍ତି । ତେବେ ଘଟଣାର ତଦନ୍ତ ବେଳେ ଏହା ଆତ୍ମହତ୍ୟା ନୁହେଁ ବରଂ ସୁଚିନ୍ତିତ ହତ୍ୟା ବୋଲି ପୋଲିସ ଜାଣିବା ସହ ଗମାଙ୍ଗଙ୍କର ଏହି ଘଟଣାରେ ସଂପୃକ୍ତି ଥିବା କଥା ସାମ୍ନାକୁ ଆସିଥିଲା। ସେହି ଆଧାରରେ ପୋଲିସ ଏହି ଘଟଣାରେ ପ୍ରଥମେ ଅପମୃତ୍ୟୁ ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା।
You Can Read:
ବନ୍ୟାଜଳ ଘେରରେ ବାସୁଦେବପୁର ଅଞ୍ଚଳ, ଚାଷ ଜମି ଓ ଗାଁରେ ପସିଲା ପାଣି