କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗ୍ରାମରେ ଥିବା ଏକ ବନ୍ଦ କୋଠରୀରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ପ୍ରଧାନ ଶିକ୍ଷୟିତ୍ରୀ ଜଣଙ୍କ ଗୁନେଇବିଲି ଗାଁର ପ୍ରଭାତୀ ଦେହୁରୀ। ତେବେ ପ୍ରଭାତୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଶ୍ବଶୁରଙ୍କ ରୁମ ସାମ୍ନାରେ ଥିବା ଆଉ ଏକ ବନ୍ଦ କୋଠରୀରୁ ମୃତ ଦେହ ଉଦ୍ଧାର କରାଯାଇଛି।
ପ୍ରଭାତୀ ତୁମୁସିଙ୍ଗା ଗ୍ରାମର ପଞ୍ଚଶଖା ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ। ଆଜକୁ ଦୁଇ ବର୍ଷ ତଳେ ସ୍ୱାମୀ ସତ୍ୟାନନ୍ଦ ପ୍ରଧାନଙ୍କର ମୃତ୍ୟୁ ହୋଇସାରିଛି । ତେବେ ଘର ପାଖ ବନ୍ଦ କୋଠରୀ ଭିତରୁ ଆଜି ତାଙ୍କ ସନ୍ଦେହ ଜନକ ଅବସ୍ଥାରେ ମୃତଦେହ ମିଳିବା ନେଇ ସସପେନ୍ସ ବଢି ଚାଲିଛି । ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି । ଖବରପାଇ ଘଟଣାସ୍ଥଳରେ ତୁମୁସିଙ୍ଗା ପୋଲିସ ପହଞ୍ଚି ଶବ ଜବତ କରିବା ସହ ସହ ଅଧିକ ତଦନ୍ତ ପାଇଁ ସାଇଣ୍ଟିଫିକ ଟିମର ସହାୟତା ନେଇଛି।
Also read: ପରକୀୟା ପ୍ରୀତିର କରୁଣ ପରିଣତି ! ମାଆକୁ ଠେଙ୍ଗାରେ ପିଟିପିଟି ମାରିଦେଲା ପୁଅ