ଖୁବ୍‌ଶୀଘ୍ର ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା : ସ୍ବାସ୍ଥ୍ୟମନ୍ତ୍ରୀ

Published By : Prameya-News7 Bureau | October 01, 2024 IST

ଭୁବନେଶ୍ବର ୧।୧୦: ଖୁବ୍‌ଶୀଘ୍ର ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମା ଯୋଜନା । ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀ କହିଛନ୍ତି, ରାଜ୍ୟର ୧ କୋଟି ପରିବାରର ସାଢ଼େ ୩ କୋଟି ଲୋକଙ୍କୁ ମିଳିବ ହେଲ୍ଥ କାର୍ଡ । ଏହି କାର୍ଡ ଜରିଆରେ ଦେଶର ୨୭ ହଜାର ହସ୍ପିଟାଲରେ ସ୍ଵାସ୍ଥ୍ୟ ସେବା ପାଇପାରିବେ ରାଜ୍ୟବାସୀ । ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କ ବି ଏହି ସ୍ଵାସ୍ଥ୍ୟ ବୀମାର ସୁବିଧା ପାଇବେ । ଦାଦନ ଶ୍ରମିକଙ୍କୁ ବି ମିଳିବ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ସ୍ଵାସ୍ଥ୍ୟ ବୀମାର ଫାଇଦା । 

ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ । ନୂଆ ସ୍ଵାସ୍ଥ୍ୟ ବୀମାରେ ପୁରୁଷଙ୍କୁ ୫ ଲକ୍ଷ ଟଙ୍କା ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ଵାସ୍ଥ୍ୟ ସୁବିଧା ମିଳିବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି ।


You Can Read:

ନରେନ୍ଦ୍ର ପୁଷ୍କରିଣୀରେ ଅଭାବନୀୟ ଘଟଣା : ଗାଧୋଉଥିବା ବେଳେ ବୁଡ଼ିଯାଇ ଦୁଇ ଯୁବକଙ୍କ ମୃତ୍ୟୁ


 

 

  • odisha
  • OdishaNews
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.