ଭୁବନେଶ୍ବର ୨୩।୪: ଜଳୁଛି ସାରା ଓଡ଼ିଶା । ରାଜ୍ୟରେ ଅସମ୍ଭାଳ ତାତିକୁ ନେଇ ଜନଜୀବନ ଅସ୍ତବ୍ୟସ୍ତ । ତାତିରୁ ନିସ୍ତାର ନାହିଁ । ୪୬ ଡିଗ୍ରୀ ପାର କରିପାରେ ଦିନ ତାପମାତ୍ରା । ଆସନ୍ତା ୨୪ ଘଣ୍ଟାରେ ତାତି ନେଇ ୫ ଜିଲ୍ଲା ବୌଦ୍ଧ ବଲାଙ୍ଗୀର, ସମ୍ବଲପୁର , ସୋନପୁର ଓ ସୁନ୍ଦରଗଡକୁ ହିଟ୍ ୱେଭ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜା କରାଯାଇଛି । ସେହିପରି ନୂଆପଡା, ବରଗଡ଼, କଳାହାଣ୍ଡି, ଦେଓଗଡ ଓ ଅନୁଗୁଳ ଏହି ୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ, ଗଂଜାମ, କେନ୍ଦୁଝର, ଢେଙ୍କାନାଳ ଓ ଗଜପତି ଏହି ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ । ସେହିପରି ଉଷ୍ମ ରାତ୍ରି ପାଇଁ ସମ୍ବଲପୁର, ସୁନ୍ଦରଗଡ ଓ ବଲାଙ୍ଗିର ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗ୍ରୀଷ୍ମ ପ୍ରବାହକୁ ନେଇ ଗୁରୁବାର ବୌଦ୍ଧ, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, ବଲାଙ୍ଗୀର ଓ ସୋନପୁର ଏହି ୭ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଳାହାଣ୍ଡି, ଅନୁଗୁଳ ନୂଆପଡା ଓ ଦେଓଗଡକୁ ହିଟ୍ୱେଭ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।
ଏହାସହ ଉଷ୍ମ ଓ ଆଦ୍ର ସ୍ଥିତିକୁ ନେଇ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କଟକ, ଜଗସିଂହପୁର, ପୁରୀ ଖୋର୍ଦ୍ଧା, ନୟାଗଡ, ଗଂଜାମ, କେନ୍ଦୁଝର, ଢେଙ୍କାନାଳ ଓ ଗଜପତି ଏହି ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଉଷ୍ମ ରାତ୍ରି ପାଇଁ ସମ୍ବଲପୁର, ସୁନ୍ଦରଗଡ ଓ ବଲାଙ୍ଗିର ପାଇଁ ଅରେଞ୍ଜ ସହ ମୟୁରଭଞ୍ଜ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୭ ତାରିଖରେ ଅସମ୍ଭାଳ ଗରମ ସହ ଗୁଳୁଗୁଳି ଜାରି ରହିବା ସହ ଆଗାମୀ ୪ ଦିନ ଯାଏ ୨ରୁ ୪ ଡିଗ୍ରୀ ଯାଏ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ପାଣିପାଗ ବିଶେଷଜ୍ଞ କହିଛନ୍ତି ୨୭ ଯାଏଁ ତାତିରୁ ତ୍ରାହି ନାହିଁ । ୨୭ ପରେ ବଦଳିବ ପାଗ ।
ସେପଟେ ଗତ ୨୪ ଘଣ୍ଟାରେ ୫ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ଝାରସୁଗୁଡାରେ ସର୍ବାଧିକ ୪୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ କୋରାପୁଟର ସିମିଳିଗୁଡାରେ ସର୍ବାଧିକ ୨୨.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।
You Can Read:
ବିନା ନୋଟିସରେ ସ୍ଥିତିବାନ ସମ୍ପତ୍ତିରେ ପ୍ରଶାସନ ବୁଲାଇଲା ବୁଲଡୋଜର, ଅଭିଯୋଗ ଆଣିଲେ ଗୋବିନ୍ଦପୁର ଗ୍ରାମବାସୀ