ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ

Published By : Prameya-News7 Bureau | July 25, 2023 IST

ଭୁବନେଶ୍ୱର ୨୫।୦୭ : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୋମବାର ସନ୍ଧ୍ୟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ ଓଡ଼ିଶା ଓ ଉତ୍ତର-ଆନ୍ଧ୍ର ଉପକୂଳ ନିକଟରେ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଛି । ଏହା ଆହୁରି ଘନୀଭୂତ ହେବା ସହ ଅବପାତର ରୂପନେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ କହିଛି।

ତେବେ ଏହାର ପ୍ରଭାବରେ କେବଳ ଓଡ଼ିଶା ନୁହେଁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ରେ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହ ୪୫ ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି । ୨୫ ରୁ ୨୭ ତାରିଖ ମଧ୍ୟରେ ମତ୍ସଜିବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ନେଇ ମଧ୍ୟ ସତର୍କ କରାଯାଇଛି ।

wp:embed {"url":"https://www.prameyanews7.com/nsa-ajit-doval-said-ai-disruptive-technologies-will-increase-gravity-of-cyber-risks/","type":"wp-embed","providerNameSlug":"prameya-news-7"}
https://www.prameyanews7.com/nsa-ajit-doval-said-ai-disruptive-technologies-will-increase-gravity-of-cyber-risks/
/wp:embed

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.